www.samajalive.in
Monday, December 8, 2025
17.1 C
Bhubaneswar

ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିଲ୍ଲୀରେ ଜଣେ ମୃତ

ସମାଜ ଡିଜିଟାଲ ଡେସ୍କ: ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏଯାବତ ୨ହଜାର ୭୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଞ୍ଚିଛି । କେରଳରେ ସର୍ବାଧିକ ୧୧୪୭ ଆକ୍ରାନ୍ତ, ମହାରାଷ୍ଟ୍ରରେ ୬୮୧ଜଣ ଏବଂ ଦିଲ୍ଲୀରେ ୨୯୪ଜଣ ପଜିଟିଜ ଚିହ୍ନଟ ହୋଇଛନ୍ତି । ଏହାସହିତ ଦିଲ୍ଲୀରେ ଆଜି ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଦିଲ୍ଲୀରେ ୬୦ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମହାରାଷ୍ଟ୍ରରେ ୮୪ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାଡଖଣ୍ଡରେ ଆଜି ଦୁଇଟି ନୂତନ ମାମଲା ଚିହ୍ନଟ ହୋଇଛି ।
କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସମସ୍ତ ହସ୍ପିଟାଲଗୁଡିକୁ ଶର୍ଯ୍ୟା, ଔଷଧ ଏବଂ ଚିକିତ୍ସା ପାଇଁ ଉପକରଣ ମହଜୁଦ ରଖିବାକୁ ନିର୍ଦେଶ ଦିଆଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories