www.samajalive.in
Tuesday, December 9, 2025
16.1 C
Bhubaneswar

ଜେଇଇ ଆଡଭାନ୍ସଡ ଫଳ ପ୍ରକାଶିତ, ରଜିତ ଗୁପ୍ତା ସର୍ବଭାରତୀୟ ଟପ୍ପର

ସମାଜ ଡିଜିଟାଲ ଡେସ୍କ: ଆଇଆଇଟି କାନପୁର ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ଆଡଭାନ୍ସଡ-୨୦୨୫ର ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ଆଇଆଇଟି ଦିଲ୍ଲୀର ରଜିତ ଗୁପ୍ତା ସର୍ବଭାରତୀୟ ଟପ୍ପର ହୋଇଛନ୍ତି। ସେ ମୋଟ ୩୬୦ ନମ୍ବରରୁ ୩୨୨ ନମ୍ବର ରଖି ଏହି ସଫଳତା ହାସଲ କରିଛନ୍ତି। ଶ୍ରେଷ୍ଠ ୧୫ ତାଲିକାରେ କେବଳ ଛାତ୍ରମାନେ ରହିଛନ୍ତି। ଛାତ୍ରୀଙ୍କ ମଧ୍ୟରେ ଦେବଦତ୍ତ ମାଝୀ ସର୍ବଭାରତୀୟ ସ୍ତରରେ ୧୬ଶ ସ୍ଥାନରେ ରହିବା ସହିତ ଝିଅମାନଙ୍କ ମଧ୍ୟରେ ଟପ୍ପର ହୋଇଛନ୍ତି। ଛାତ୍ରଛାତ୍ରୀମାନେ jeeadv.ac.in ଓ୍ବେବସାଇଟ୍‌କୁ ଯାଇ ନିଜର ଫଳାଫଳ ଜାଣିପାରିବେ।

ସୂଚନା ଅନୁସାରେ, ଗତ ମେ ୧୮ ତାରିଖରେ ଜେଇଇ ଆଡଭାନ୍ସଡ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଦେଶର ୧ ଲକ୍ଷ ୮୦ ହଜାର ୪୨୨ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫୪ ହଜାର ୩୭୮ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୯ ହଜାର ୪୦୪ ଛାତ୍ରୀ ରହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories