www.samajalive.in
Saturday, December 6, 2025
23.1 C
Bhubaneswar

ଶୌଚାଳୟ ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୪ ମୃତ

ସମାଜ ଡିଜିଟାଲ ଡେସ୍କ: ଶୌଚାଳୟ ଟାଙ୍କିରେ କାମ କରୁଥିବାବେଳେ ଚାଲିଗଲା ୪ ଶ୍ରମିକଙ୍କ ଜୀବନ। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ପଡ଼ାଲଗୁଡ଼ା ଗ୍ରାମରେ ଘଟିଛି ଏହି ଅଭାବନୀୟ ଘଟଣା। ମୃତକମାନେ ହେଲେ ଲାଲୁ ରଣା, ତ୍ରିଲୋଚନ ଭରତ, ଏନ. ସନ୍ତୁ ଏବଂ ଅମିର ଖୁରା।

ପଡ଼ାଲଗୁଡ଼ା ଗାଁରେ ମଙ୍ଗଳବାର ଏକ ପାଇଖାନା ଟାଙ୍କି ତିଆରିରେ ଏହି ଶ୍ରମିକମାନେ ନିୟୋଜିତ ଥିଲେ। କାମ ଚାଲିଥିବା ସମୟରେ ଅମ୍ଳଜାନ ଅଭାବରୁ ୪ ଶ୍ରମିକ ସେହିଠାରେ ଟଳି ପଡ଼ିଥିଲେ। ଖବରପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ହେଲେ ସେମାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories