www.samajalive.in
Friday, December 5, 2025
26.1 C
Bhubaneswar

ଅସହ୍ୟ ତାତି, ସକାଳୁ ୩୪ଟପିଲା ପାରଦ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରି । ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା । ଆଜି ସକାଳୁ ପାରଦ ୩୪ଡିଗ୍ରୀ ଟପିଛି । ଭୁବନେଶ୍ୱରରେ ୩୨ଡିଗ୍ରୀ , ପୁରୀରେ ୩୪.୪ ଡିଗ୍ରୀ, ବାଲେଶ୍ୱର ୩୩ଡିଗ୍ରୀ, ଗୋପାଳପୁର ଓ ପାରାଦ୍ୱୀପରେ ୩୧.୮ ଡିଗ୍ରୀ, ଚାନ୍ଦବାଲି ୩୨.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ଦିନରେ ତାପମାତ୍ରା ୨ରୁ ୩ଡିଗ୍ରୀ ପର‌୍ୟ୍ୟନ୍ତ ବଢ଼ିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପରବର୍ତ୍ତୀ ୩ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଉପକୂଳବର୍ତ୍ତୀ ଜିଲାରେ ଗରମ ଏବଂ ଗୁଳୁଗୁଳି ଲାଗି ରହିବ। ଜୁନ ୬ ପର‌୍ୟ୍ୟନ୍ତ ଗ୍ରୀଷ୍ମ ଲହରୀ ଲାଗିରହିବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଗଜପତି, ଜଗତସିଂହପୁର, ପୁରୀ ଜିଲାକୁ ଗ୍ରୀଷ୍ମ ଲହରୀ ନେଇ ସତର୍କ ସୂଚନା ଜାରି କରାଯାଇଛି। ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼ ଏବଂ ଗଞ୍ଜାମ ଜିଲାକୁ ଗରମ ଏବଂ ଗୁଳୁଗୁଳି ପାଇଁ ସତର୍କ ସୂଚନା ଦିଆଯାଇଛି। ଏଥିପ୍ରତି ସତର୍କ ରହିବାକୁ ଏସଆରସିଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories