www.samajalive.in
Sunday, December 7, 2025
26.1 C
Bhubaneswar

ଆଉ ଜଣେ ରୋଗୀଙ୍କ ମୃତ୍ୟୁ, ଯାଞ୍ଚ କରିବେ ସ୍ୱତନ୍ତ୍ର ଟିମ୍‍

ସମାଜ ଡିଜିଟାଲ ଡେସ୍କ: ସହିଦ ଲକ୍ଷଣ ନାୟକ ମେଡିକାଲରେ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ୬ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମଙ୍ଗଳବାର ରାତିରେ କୋରାପୁଟ ସହିଦ ଲକ୍ଷଣ ନାୟକ ହସ୍ପିଟାଲରେ ୫ଜଣ ରୋଗୀଙ୍କ ମୃତ୍ୟୁ ହେବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା । ନର୍ସଙ୍କ ଭୁଲ ଇଞ୍ଜେକସନ ଯୋଗୁଁ ଆଇସିୟୁରେ ୩ଜଣ ଓ ୱାର୍ଡରେ ଦୁଇ ଜଣ ରୋଗୀ ପ୍ରାଣ ହରାଇଥିବା ଅଭିଯୋଗ ହୋଇଥିଲା । ଆଜି ସକାଳେ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ହେବା ପରେ ଯାଞ୍ଚ ପାଇଁ ସ୍ୱତନ୍ତ୍ର ଟିମ୍‍ ଯାଉଥିବା ଡିଏମଇଟି ସୂଚନା ଦେଇଛନ୍ତି । ୫ଜଣିଆ ଟିମ୍‍ ଗଠନ କରାଯାଇ ଯାଞ୍ଚ କରାଯିବ ବୋଲି ଡିଏମଇଟି କହିଛନ୍ତି । ଟିମରେ ବ୍ରହ୍ମପୁର ଏମକେସିଜିରୁ ୩ଜଣ ଓ ଏସସିବିରୁ ୨ଜଣିଆ ଟିମ୍‍ ସାମିଲ ହୋଇଛନ୍ତି । ମୃତଦେହ ଗୁଡିକର ଆଜି ବ୍ୟବଚ୍ଛେଦ କରାଯିବା ପରେ ପ୍ରକୃତ କାରଣ ଜଣାପଡିବ । ତେବେ ମେଡିକାଲରେ ଅପ୍ରତିକର ପରିସ୍ଥିତି କିପରି ସୃଷ୍ଟି ନହୁଏ ସେଥିପାଇଁ ପୁଲିସ ଛାଉଣୀ କରାଯାଇଛି । ସେପଟେ ଭୁଲ ଇଞ୍ଜେକସନ ଯୋଗୁ ରୋଗୀ ମୃତ୍ୟୁ ଖବରକୁ ଖଣ୍ଡନ କରିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ ।

 

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories