www.samajalive.in
Sunday, December 14, 2025
19.1 C
Bhubaneswar

ଜୁନ୍ ୬ରୁ ଆରମ୍ଭ ହେବ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ‘

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଆସନ୍ତା ୬ତାରିଖରୁ ୯ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି । ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର (ବିଏଫ୍ଏଫ୍) ଦ୍ୱିତୀୟ ସଂସ୍କରଣ। ଚାରିଦିନ ବ୍ୟାପି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସହିତ ୯ଟି ଭାଷାର କ୍ଲାସିକ୍ ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ। ପ୍ରତିଦିନ ସକାଳ ୧୦ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଭିନ୍ନ ଚଳଚ୍ଚିତ୍ରର ସ୍କ୍ରିନିଂ ହେବ। ଏହି କାର୍ଯ୍ୟକ୍ରମଓଡ଼ିଆ ସିନେପ୍ରେମୀଙ୍କ ପାଇଁ ଖୋଲା ରହିବ। ଭୁବନେଶ୍ୱର ଫିଲ୍ମ ସର୍କଲ ପକ୍ଷରୁ ୨୦୨୪ରେ ’ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ପ୍ରଥମ ସଂସ୍କରଣ କରାଯାଇଥିଲା। ଏହାକୁ ଦର୍ଶକୀୟ ଆଦୃତି ମିଳିବା ପରେ ଚଳିତବର୍ଷ ଏହାର ଦ୍ୱିତୀୟ ସଂସ୍କରଣ କରାଯାଉଛି।

ଜୁନ୍ ୬ ତାରିଖ ସନ୍ଧ୍ୟା ୭ଟାରେ ’ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି। ଏଥିରେ ବଲିଉଡ୍ ସହିତ ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ନିର୍ଦ୍ଦେଶକ, ଫିଲ୍ମ ନିର୍ମାତା, ଅଭିନେତା ଓ ଅଭିନେତ୍ରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସାହିତ୍ୟ ଓ ଉପନ୍ୟାସ ଉପରେ ଆଧାରିତ ଏବଂ ଜାତୀୟ ପୁରସ୍କାରପ୍ରାପ୍ତ ୯ଟି ଓଡ଼ିଆ ଚଳଚ୍ଚିତ୍ର ପ୍ରଦର୍ଶନ କରିବା ପାଇଁ ମନୋନୟନ କରାଯାଇଛି। ’

- Advertisement -

ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ଅନ୍ୟତମ ଆକର୍ଷଣ ହେଉଛି ଚଳଚ୍ଚିତ୍ର ଅଭିନୟ ଓ ଚିତ୍ରନାଟ୍ୟ ରଚନା ଭଳି ବିଷୟକୁ ନେଇ ୨ଟି ମାଷ୍ଟରକ୍ଲାସ୍। ଜୁନ୍ ୭ ତାରିଖରେ ଗୀତଗୋବିନ୍ଦ ସଦନଠାରେ ଚିତ୍ରନାଟ୍ୟ ଉପରେ ହେବାକୁ ଥିବା ମାଷ୍ଟରକ୍ଲାସରେ ବଲିଉଡର ଖ୍ୟାତନାମା ଚିତ୍ରନାଟ୍ୟ ଲେଖକ ଚାରୁଦତ୍ତ ଆଚାର୍ଯ୍ୟ ଯୋଗଦେବେ। ସେହିପରି ୮ ତାରିଖରେ ଓଡ଼ିଶା ପ୍ରେସ୍ କ୍ଲବଠାରେ ଅଭିନୟକୁ ନେଇ ହେବାକୁ ଥିବା ମାଷ୍ଟରକ୍ଲାସରେ ଖ୍ୟାତନାମା ପ୍ରଶିକ୍ଷିକ ଅଭିମନ୍ୟୁ ରାୟ ଯୋଗଦେଇ ଯୁବ ପ୍ରତିଭାମାନଙ୍କୁ ବିଶେଷ ତାଲିମ ଓ ପରାମର୍ଶ ଦେବେ। ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲର ଆବାହକ, ଲେଖକ ଓ ଚଳଚ୍ଚିଡ୍ର ନିର୍ଦ୍ଦେଶକ ସଞ୍ଜୟ ପଟ୍ଟନାୟକ, ସିନେ ସମୀକ୍ଷକ ଅଶୋକ ପାଲିତ, ବଲିଉଡ ନିର୍ଦ୍ଦେଶକ ଓ ସାଉଣ୍ଡ ଇଞ୍ଜିନିୟର ସୁବାସ ସାହୁ ଏବଂ ଅଭିନେତା ସୁକାନ୍ତ ରଥଙ୍କ ଉଦ୍ୟମରେ ଏହି କାର‌୍ୟ୍ୟକ୍ରମ ଆୟୋଜନ କରାଯାଉଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories