www.samajalive.in
Tuesday, December 9, 2025
19.1 C
Bhubaneswar

ଋଣ ଗ୍ରହୀତାଙ୍କୁ ଆରବିଆଇର ଉପହାର, ପୁଣି କମାଇଲା ରେପୋ ରେଟ୍‌

ସମାଜ ଡିଜିଟାଲ ଡେସ୍କ: ଋଣ ଗ୍ରହୀତାମାନଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବଡ଼ ଉପହାର ଦେଇଛି। ଆରବିଆଇ ଏହାର ମନିଟାରି ପଲିସି କମିଟି(ଏମପିସି) ବୈଠକରେ ରେପୋ ରେଟ୍‌ ୦.୫% ଅର୍ଥାତ ୫୦ ବେସିସ ପଏଣ୍ଟ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ଯାହାଫଳରେ ରେପୋ ରେଟ୍‌ ୬ ପ୍ରତିଶତରୁ ଖସି ୫.୫%ରେ ପହଞ୍ଚିଛି।  ଆରବିଆଇର ଏହି ନିଷ୍ପତ୍ତି ଫଳରେ ଲୋନ୍‌ ନେଇଥିବା ଗ୍ରାହକଙ୍କ ଉପରେ ପଡ଼ୁଥିବା ଇଏମଆଇ ଚାପରେ ସାମାନ୍ୟ ଆଶ୍ଵସ୍ତି ମିଳିଛି। ରେପୋ ରେଟ୍‌ ହ୍ରାସ ଫଳରେ ଇଏମଆଇ କମ୍ ଆସିବ। ଏହା ପୂର୍ବରୁ ଆରବିଆଇ ରେପୋ ରେଟ୍‌ ୦.୨୫% ବା ୨୫ ବେସିସ ପଏଣ୍ଟ ହ୍ରାସ କରିଥିଲା।

ରେପୋ ରେଟ୍‌ ହ୍ରାସ ସମ୍ପର୍କରେ ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ, ବୈଠକରେ ଏସଡିଏଫ ରେଟ୍‌ ୫.୭୫%ରୁ ହ୍ରାସ କରାଯାଇ ୫.୨୫% ପ୍ରତିଶତ କରାଯାଇଛି। ଏମଏସଏଫ ରେଟ୍‌କୁ ବି ହ୍ରାସ କରାଯାଇ ୬.୨୫%ରୁ ୫.୭୫% କରାଯାଇଛି। ରେପୋ ରେଟ୍‌ ହ୍ରାସ କରାଯିବା ଫଳରେ ଆର୍ଥିକ ଅଭିବୃଦ୍ଧିକୁ ସହଯୋଗ ମିଳିବ। ବିଦେଶୀ ମୁଦ୍ରା ଭଣ୍ଡାରରେ ବୃଦ୍ଧି ପରିଲକ୍ଷିତ ହୋଇଛି।

Hot this week

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

Related Articles

Popular Categories