www.samajalive.in
Saturday, December 13, 2025
14.1 C
Bhubaneswar

ରଜରେ ଝିପିଝିପି ବର୍ଷା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ୧୨ରୁ ସକ୍ରିୟ ହୋଇପାରେ। ଫଳରେ ଏଥର ରଜ ପର୍ବ ବର୍ଷାରେ ଭିଜିବାର ସମ୍ଭାବନା ରହିଛି। ଚଳିତ ବର୍ଷ ମୌସୁମି ଓଡ଼ିଶାକୁ ସଅଳ ଆସିଥିଲେ ମଧ୍ୟ ଗତି ମନ୍ଥର ରହିଛି। ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ବଢୁଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁଯାୟୀ, ଆସନ୍ତା ୧୧ କିମ୍ବା ୧୨ ରୁ ପୁଣି ମୌସୁମି ବର୍ଷା ଆରମ୍ଭ ହେବ। ଏହାଦ୍ବାରା ରଜରେ ଝିପିଝିପି ବର୍ଷା ହୋଇପାରେ।

ଶୁକ୍ରବାର ଅପରାହ୍ଣରେ ରାଜ୍ୟର ବିଭିନ୍ନ ଜିଲାରେ ବଜ୍ରପାତ ସହ ବର୍ଷା ହୋଇଛି। ବାଲେଶ୍ୱର, ଚାନ୍ଦବାଲି, ଭୁବନେଶ୍ବର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଗଞ୍ଜାମ, ଅନୁଗୋଳ ଏବଂ ଖୋର୍ଦ୍ଧା ଆଦି ଜିଲାରେ ବର୍ଷା ହୋଇଛି। କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି ବେଗରେ ପବନ ବହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାକୁ ବଜ୍ରପାତ ସହ ବର୍ଷା ପାଇଁ ସତର୍କ ସୂଚନା ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ଉଷ୍ଣ ଓ ଆର୍ଦ୍ରତା ଅବସ୍ଥା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ପରେ ୩ଦିନ ଯାଏଁ ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି।
ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି, ୩ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରା ବଢ଼ିବାର ସମ୍ଭାବନା ଥିବାରୁ ଗରମ ସହିତ ଗୁଳୁଗୁଳି ଅନୁଭୂତ ହେବ। ୧୧ କିମ୍ବା ୧୨ତାରିଖରୁ ମୌସୁମି ବର୍ଷା ପୁଣି ଆରମ୍ଭ ହୋଇଯିବ।

Hot this week

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ...

ପ୍ରତିଶ୍ରୁତି ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର : ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ...

ଜୁନାଗଡ଼-ପାଣ୍ଡୁରଙ୍ଗାପୁରମ୍‌ ନୂତନ ରେଳପଥ ମଞ୍ଜୁରୀକୁ ୯ବର୍ଷ, ସରୁନି ଜମି ଅଧିଗ୍ରହଣ

ନବରଙ୍ଗପୁର: ପଛୁଆ ଓ ଆଦିବାସୀ ଅଧ୍ୟୁଷିତ ଓଡ଼ିଶା ସହ ଛତିଶଗଡ଼ ଏବଂ...

Related Articles

Popular Categories