www.samajalive.in
Monday, December 15, 2025
15.1 C
Bhubaneswar

ଡ୍ୟୁଟିରେ ସମୟରେ ଚାଲିଗଲା କନଷ୍ଟେବଳଙ୍କ ଜୀବନ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନାରେ କାର୍ଯ୍ୟରତ କନେଷ୍ଟବଳ ହରେନ୍ଦ୍ର ଧରୁଆ(୫୨)ଙ୍କ ଶନିବାର ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରୁ ସେ ସୁବଳୟା ଥାନାରେ ସେଣ୍ଟ୍ରି ଡ୍ୟୁଟିରେ ଥିଲେ। ଶନିବାର ସକାଳୁ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ସୁବଳୟାସ୍ଥିତ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ନ ଥିବାରୁ ତାଙ୍କୁ ବୀରମହାରାଜପୁର ଡାକ୍ତରଖାନାକୁ ଅଣାଯାଇଥିଲା। ମାତ୍ର ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏ ସମ୍ପର୍କରେ ସୁବଳୟା ଥାନାରେ ଏକ ଅପମୃତ୍ୟୁ ମାମଲା(୨/୨୫) ରୁଜୁ ହୋଇଛି। ବୀରମହାରାଜପୁର ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ଶନିବାର ଅପରାହ୍ନରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ମୃତ କନଷ୍ଟେବଳଙ୍କ ଘର ବଲାଙ୍ଗୀର ଜିଲ୍ଲାର କୁରୁନ ଗାଁରେ। ଗତ ଦୁଇବର୍ଷ ହେଲା ସେ ସୁବଳୟା ଥାନାରେ କାର୍ଯ୍ୟରତ ଥିଲେ। ହରେନ୍ଦ୍ରଙ୍କ ବିୟୋଗରେ ସମଗ୍ର ଜିଲ୍ଲା ସମେତ ପୁଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି। ପୁଲିସ ୱେଲଫେଆର ଫଣ୍ଡରୁ ତାଙ୍କ ଶୁଦ୍ଧିକ୍ରିୟା ପାଇଁ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଥିବା ସୁବଳୟା ଥାନା ଅଧିକାରୀ ସୁଶାନ୍ତ ପ୍ରଧାନ ପ୍ରକାଶ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories