www.samajalive.in
Sunday, December 14, 2025
23.1 C
Bhubaneswar

ପ୍ରଚାର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼

ସମାଜ ଡିଜିଟାଲ ଡେସ୍କ: କୋଲମ୍ବିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଚାଲିଥିବା ସମୟରେ ଜଣେ ପ୍ରାର୍ଥୀଙ୍କୁ ଗୁଳିମାଡ଼ ହୋଇଛି। ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ ଉରିବେ ବୋଗୋଟା ସହରରେ ଏକ ପ୍ରଚାର କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ସମ୍ବୋଧିତ କରୁଥିବାବେଳେ ଜଣେ ଦୁର୍ବୃତ୍ତ ତାଙ୍କୁ ଗୁଳିମାଡ଼ କରିଛି। ଘଟଣାସ୍ଥଳରେ ଉରିବେ ତଳେ ପଡ଼ିଯାଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି। ପୁଲିସ ଏହି ଘଟଣାରେ ଅଭିଯୁକ୍ତ ଦୁର୍ବୃତ୍ତକୁ ଗିରଫ କରିଛି।

ଅନ୍ୟପଟେ ଉରିବେଙ୍କୁ ଗୁଳିମାଡ଼ ପରେ ତାଙ୍କ ସମର୍ଥକମାନଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ବହୁ ସମର୍ଥକ ଏହି ଘଟଣାର ଦୃଢ଼ ନିନ୍ଦା କରିଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories