www.samajalive.in
Wednesday, December 10, 2025
16.1 C
Bhubaneswar

ମଣିପୁରର ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ସମାଜ ଡିଜିଟାଲ ଡେସ୍କ: ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ୫ ଜିଲା ହେଉଛି ଇମ୍ଫାଲ ପଶ୍ଚିମ, ଇମ୍ଫାଲ ପୂର୍ବ, ଥଉବଲ, କାକଚିଂ ଏବଂ ବିଷ୍ଣପୁର।

ସୂଚନା ଅନୁସାରେ, ହିଂସା ସୃଷ୍ଟିକାରୀ ମୈତେଇ ସମ୍ପ୍ରଦାୟର କିଛି ନେତାଙ୍କୁ ପୁଲିସ ଗିରଫ କରିଛି। ଯାହାଫଳରେ ଅସାମାଜିକ ତତ୍ତ୍ଵମାନେ ହିଂସା ଜରିଆରେ ଅଶାନ୍ତ ବାତାବରଣ ସୃଷ୍ଟି କରିବା ଆଶଙ୍କା ରହିଛି। ସେମାନେ ସାମାଜିକ ଗଣମାଧ୍ୟମକୁ ଅସ୍ତ୍ର କରିବା ସମ୍ଭାବନା ରହିଥିବାରୁ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories