www.samajalive.in
Monday, December 8, 2025
27.1 C
Bhubaneswar

ବର୍ଷାରେ ଭିଜିବ ରଜ ! ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ଵର: ଆସୁଛି ଲଘୁଚାପ। ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ଦେଖା ଦେଇଛି । ରବିବାର ଦକ୍ଷିଣ ପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୟଥେଷ୍ଟ ସମ୍ଭାବନା ରହିଛି । ୧୪-୧୬ ଜୁନ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ୧୨ ଜୁନ ପରଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ ବର୍ଷାର ବିସ୍ତୃତି ବଢିପାରେ।

ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀଜନିତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ଆସନ୍ତାକାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି । ଏହାର ପ୍ରଭାବରେ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଉପରେ ପାଗ ମେଘୁଆ ରହିବ। ଆକାଶ ବାଦଲରେ ଆଚ୍ଛାଦିତ ହେବ ବୋଲି ଅନୁମାନ କରାଯାଇଛି । ଅନ୍ୟପକ୍ଷରେ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories