www.samajalive.in
Sunday, December 7, 2025
14.1 C
Bhubaneswar

ଦିଲ୍ଲୀର ‘ଭାରତ ମଣ୍ଡପମ୍‌’ ଭଳି ଭୁବନେଶ୍ଵରରେ ହେବ ‘ଓଡ଼ିଶା ମଣ୍ଡପ’, ସରିଛି ଜାଗା ଚିହ୍ନଟ

ଭୁବନେଶ୍ବର: ଭୁବନେଶ୍ଵରସ୍ଥିତ ଚନ୍ଦ୍ରଶେଖରପୁରରେ ନିର୍ମାଣ ହେବ ଓଡ଼ିଶା ମଣ୍ଡପ। ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଭଳି ଓଡ଼ିଶାରେ ମଧ୍ୟ ବିଶ୍ୱସ୍ତରୀୟ ସମ୍ମିଳନୀ କକ୍ଷ ‘ଓଡ଼ିଶା ମଣ୍ଡପ’ ନିର୍ମାଣ ପାଇଁ ସରକାର ପରିକଳ୍ପନା କରିଛନ୍ତି। ରବିବାର ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ମନ୍ତ୍ରୀ କହିଛନ୍ତି, ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ ସରିଛି। ଏଥିରେ ୧୦ ହଜାର ଲୋକ ବସିବାର କ୍ଷମତା ରହିବ। ଏତଦ୍‌ ବ୍ୟତୀତ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଅନେକଗୁଡ଼ିଏ କାମ ଏବେ କନସେପ୍ଟ ଷ୍ଟେଜରେ ଅଛି। ଆଗକୁ ଏହାର କାର୍ଯ୍ୟ ଆରମ୍ଭ କରାଯିବ। ରାଜ୍ୟରେ ନୂଆକରି ନିର୍ମାଣ ହେବ ସେକ୍ରେଟାରିଏଟ୍(ଲୋକସେବା ଭବନ) ଏବଂ ବିଧାନସଭା। ଓଡ଼ିଶା ଏକ ବାତ୍ୟା ପ୍ରଭାବିତ ଅଞ୍ଚଳ ହୋଇଥିବାରୁ ଅନେକ ସ୍ଥାନରେ ବାତ୍ୟା ପ୍ରତିରୋଧ ବିଲ୍ଡିଂ ନିର୍ମାଣ ହେବାର ଆବଶ୍ୟକତା ରହିଛି। ତେଣୁ ନୂଆ ପ୍ରୋଜେକ୍ଟକୁ ସଠିକ୍ ସମୟରେ ସାରିବାକୁ ସରକାର ଫୋକସରେ ରଖିଛନ୍ତି ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories