www.samajalive.in
Sunday, December 7, 2025
26.1 C
Bhubaneswar

ଉପଜିଲ୍ଲାପାଳ ଧୀମାନ୍ ଚକ୍‌ମା ଗିରଫ

ଭବାନୀପାଟଣା: ଧର୍ମଗଡ ଉପଜିଲ୍ଲାପାଳ ଧୀମାନ୍ ଚକ୍‌ମା ଗିରଫ।  ଆଇଏଏସ୍ ଧୀମାନ୍ ଚକ୍‌ମାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଧର୍ମଗଡ ଉପ ଜିଲ୍ଲାପାଳ ଧିମାନ ଚକମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ସେଲ ଦ୍ଵାରା ଧରା ପଡ଼ିଥିଲେ। ତାଙ୍କ ସରକାରୀ ଘର ତନଖି ବେଳେ ଭିଜିଲାନ୍ସ ଟିମ୍ ୪୭ ଲକ୍ଷ ଟଙ୍କା ଠାବ କରିଛି। ଜଣେ ବ୍ୟବସାୟୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଦାବି କରି ୧୦ ଲକ୍ଷ ନେବା ବେଳେ  ଭୁବନେଶ୍ୱରରୁ ଆସିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲେ। ତାଙ୍କ ନିକଟରୁ ରାସାୟନିକ ପ୍ରଲେପ ଦିଆ ୧୦ ଲକ୍ଷ ଟଙ୍କା ଜବତ ହେଇଥିଲା। ଖବର ଲେଖାଗଲା ବେଳକୁ ଉପ ଜିଲାପାଳଙ୍କ ସରକାରୀ ଘର ଏବଂ ଅଫିସ ତନଖି ଚାଲିଛି। ଗତପ୍ରାୟ ଦେଢବର୍ଷ ତଳେ ସେ ଧର୍ମଗଡ ଉପ ଜିଲ୍ଲାପାଳ ଭାବେ ଯୋଗ ଦେଇଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories