www.samajalive.in
Monday, December 15, 2025
16.1 C
Bhubaneswar

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି, ଏଣିକି ମିଳିବ ୧୦ ଲକ୍ଷ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡ଼ିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି।
ନିଷ୍ପତ୍ତି ଅନୁଯାୟୀ, ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି କରାଯିବା ସହିତ ଯଦି ବାସଗୃହ କ୍ଷତିଗ୍ରସ୍ତ ହୋଇଥାଏ ତେବେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗୃହ ନଚେତ ସମତୁଲ ଆର୍ଥିକ ସହାୟତା ପ୍ରଦାନ କରାଯିବ। ରୋଷେଇ ଘର, ଧାନ ସଂରକ୍ଷଣ ଗୃହ କିମ୍ବା ଛେଳି ଗୁହାଳ କ୍ଷତିଗ୍ରସ୍ତ ହେଲେ ୩ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ସେହିଭଳି ପକ୍କା ପାଚେରୀ, କମ୍ପାଉଣ୍ଡ ୱାଲ୍ କ୍ଷତିଗ୍ରସ୍ତ ହେଲେ ପ୍ରତି ମିଟର ପିଛା ୫ ହଜାର ସର୍ବାଧିକ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories