www.samajalive.in
Sunday, December 14, 2025
16.1 C
Bhubaneswar

ମଙ୍ଗଳବାର ରାଶିଫଳ: ଏହି ରାଶିରେ ହେବ ଆକସ୍ମିକ ଧନଲାଭ

ମେଷ:  ମନ ପ୍ରଫୁଲ୍ଲ ରହିବ। ଦାନଧର୍ମରେ ଦୀକ୍ଷିତ ହେବେ। ସନ୍ମାର୍ଗୀ ହୋଇ ନିଜର ଉତ୍ତର ଦାୟିତ୍ବ ନିର୍ବାହ କରିବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜ୍ୟେଷ୍ଠ ନ ହୋଇ ବି ଶ୍ରେଷ୍ଠ ହେବେ।

ବୃଷ: ଆତ୍ମବିଶ୍ବାସୀ ହେବେ। ସଦାଚାରୀ ହୋଇପାରନ୍ତି। ଭାଷା ପ୍ରେମପୂର୍ଣ୍ଣ ହେବ। ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର ମିଳିବ। ସର୍ବତ୍ର ବିଜୟୀ ହେବେ।

- Advertisement -

ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। today horoscope,ଦୈବୀ ବଳରେ ମହାଦ୍ୟୁତି, ମହାଶକ୍ତିସମ୍ପନ୍ନ ହେବେ। ଧନାଗମ ହେବ। ଦାମ୍ପତ୍ୟ ସୁଖ ମିଳିବ।

କର୍କଟ: ଆତ୍ମସଂଯମ ଦ୍ବାରା ଅନ୍ତଃଶକ୍ତିର ଅଭ୍ୟୁଥାନ ଘଟିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦମାରେ ବିଜୟୀ ହେବେ। ଧନ ପ୍ରାପ୍ତ ହେବେ। ଆହାର ସୁଧାର ହେବ। ଆୟ ଆଶାନୁରୂପ ହେବ।

ସିଂହ: ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ।

କନ୍ୟା: ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ଆୟୁଷ୍ମାନ୍‌ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ। କରିତ୍‌କର୍ମା ହେବେ।

ତୁଳା: କୁଳପ୍ରଦୀପ ହେବେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପରୋପକାରୀ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। କର୍ମଚଞ୍ଚଳ ରହିବେ।

ଧନୁ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

ମକର: ଜଣେ ବିଶିଷ୍ଟ ସମାଜସେବୀଭାବେ ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିଛନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କୁମ୍ଭ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃ ପ୍ରେମରେ ଅନୁବନ୍ଧିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନ ସେବା ମୂଳକ ହେବ।

ମୀନ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories