www.samajalive.in
Friday, December 5, 2025
23.1 C
Bhubaneswar

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ

କାମାକ୍ଷାନଗର : କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥ ମୁକ୍ତାପସି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଟ୍ରକ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ କାନପୁରା ପଞ୍ଚାୟତର ବିଶ୍ୱଜିତ ସାହୁ ବୋଲି ଜଣାପଡିଛି।  ବିଶ୍ୱଜିତ ନିଜ ଭଉଣୀ ଘର କନ୍ତୁର ଗାଁକୁ ନିଜ ବାଇକରେ ମଙ୍ଗଳବାର ରାତିରେ ଯାଉଥିଲେ ।  ଯିବା ସମୟରେ ମୁକ୍ତାପସି ଠାରେ ଏକ ଦ୍ରୁତଗାମୀ ଟ୍ରକ ବିଶ୍ୱଜିତ ଙ୍କ ବାଇକ କୁ ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା । ଏହି ଦୁର୍ଘଟଣାରେ ବିଶ୍ୱଜିତଙ୍କର ଘଟଣାସ୍ଥଳରେ ଶୋଚନୀୟ ମୃତ୍ୟୁ ହୋଇଛି । ଖବରପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories