www.samajalive.in
Friday, December 5, 2025
23.1 C
Bhubaneswar

ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ବ୍ୟାପୁଛି ଝାଡାବାନ୍ତି !

ଦାନଗଦି/ଧର୍ମଶାଳା/କୋରାଇ : ଦିନକୁ ଦିନ ଯାଜପୁରରେ ଝାଡାବାନ୍ତି ସାଂଘାତିକ ଭାବେ ବ୍ୟାପିବାରେ ଲାଗିଛି। ଦୁଇ ଦିନରେ ୫୦୦ ରୁ ଅଧିକ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ଯୁବକ, ଶିଶୁ , ମହିଳା, ବୟସ୍କ ସବୁ ବର୍ଗର ଲୋକେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ଦୁଇ ମ୍ୟୁନିସପାଲଟି, ଧର୍ମଶାଳା , ରସୁଲପୁର , କୋରେଇ ଏବଂ ଦାନଗଦିରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଝାଡାବାନ୍ତି ବ୍ୟାପିବାର ପ୍ରକୃତ କାରଣ ଜଣାପଡିନାହିଁ। ଯାଜପୁର ରୋଡ୍ ଏବଂ ଦାନଗଦିରେ ଦୁଇ ଆକ୍ରାନ୍ତଙ୍କର ମୃତ୍ୟ ହୋଇସାରିଛି। ସମସ୍ତ ଆକ୍ରାନ୍ତ ଜିଲ୍ଲା ମୁଖ୍ୟ ଓ ଅନ୍ୟାନ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେପଟେ ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦେଶକ । ସେ କହିଛନ୍ତି ଏ ଯାଏଁ ଝାଡାବାନ୍ତି ନିୟନ୍ତ୍ରଣକୁ ଆସିନି। ଆକ୍ୟୁଟ୍ ଡାଇରିଆ କାରଣରୁ କିଛି ଲୋକ ଗୁରୁତର ଅଛନ୍ତି। ଦୁଇ ଜଣଙ୍କ ମୃତ୍ୟୁ ଅଭିଯୋଗ ଆସିଥିବାବେଳେ ପ୍ରକୃତ କାରଣ ଯାଞ୍ଚ ଚାଲିଛି। ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ଡାଇରିଆ ବ୍ୟାପୁଥିବା ସନ୍ଦେହ କରାଯାଉଛି। ୨୦ରୁ ଅଧିକ ଆକ୍ରାନ୍ତଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ରାଜ୍ୟସ୍ତରୀୟ ୨ଟି ଡାକ୍ତରୀ ଟିମ୍ ଘଟଣାସ୍ଥଳକୁ ଯାଇଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories