www.samajalive.in
Friday, December 5, 2025
27.1 C
Bhubaneswar

AI କ୍ୟାମେରା ନଜରରେ ପୁରୀ

ସମାଜ ଡିଜିଟାଲ ଡେସ୍କ: ମହାପ୍ରଭୁଙ୍କ ଆଜି ଦିବ୍ୟ ସ୍ନାନ ପୂର୍ଣ୍ଣିମା । ଏହି ଅବସରରେ ପୁରୀରେ ନାହିଁ ନଥିବାର ଭିଡ ପରିଲିଖିତ ହୋଇଛି । ଭକ୍ତଙ୍କ ଗହଳିକୁ ନଜର ରଖି ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୭୦ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ୪୫୦ଜଣ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ଶ୍ରୀଜଗନ୍ନାଥ ମନ୍ଦିର ଭିତର ଏବଂ ଚତୁଃପାଶ୍ୱର୍ରେ ଆତଙ୍କବାଦୀ ନିରୋଧ ବାହିନୀ ମୁତୟନ କରାଯାଇଛି । ଏହାସହିତ ଏ.ଆଇ କ୍ୟାମେରା ନଜରରେ ରହିଛି ପୁରୀ ସହର । ୪ଜଣ ଆରକ୍ଷୀ ଅଧୀକ୍ଷକ ସୁରକ୍ଷା ବ୍ୟବସ୍ଥା ତଦାରଖ କରୁଛନ୍ତି ।
ଶ୍ରୀଜିଉଙ୍କୁ ୧୦୮ ସୁବାଶିତ ଜଳରେ ସ୍ନାନ କରାଯିବା ପରେ ହାତୀବେଶରେ ସଜ୍ଜିତ କରାଯିବ । ଏହାପରେ ଭକ୍ତମାନେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ କରିବେ । ମଙ୍ଗଳାର୍ପଣ, ଡୋରଲାଗି ଓ ପୁଷ୍ପାଞ୍ଜଳି ପରେ ଧାଡି ପହଣ୍ଡିରେ ରତ୍ନସିଂହାସନରୁ ସ୍ନାନବେଦୀକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧା ମୂରତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories