www.samajalive.in
Sunday, December 14, 2025
16.1 C
Bhubaneswar

ଲୁଟ୍ ବେଳେ ଲୁଟେରାଙ୍କ ଆକ୍ରମଣର ଶିକାର ହେଲେ ଡାକ୍ତର

ବାଲେଶ୍ଵର : ବାଲେଶ୍ଵର ଜିଲ୍ଲା ସୋର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି , ଡକାୟତି ଭଳି ଘଟଣା ବଢିବାରେ ଲାଗିଛି। ଗତକାଲି ବିଳମ୍ବିତ ରାତିରେ କମରପୁର ଗାଁର ଅନ୍ନପୂର୍ଣ୍ଣା ରାଇସ୍ ମିଲର  ଆୟୁର୍ବେଦିକ ଡାକ୍ତର ତପନ ଦାସଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। କାଲି ଡାକ୍ତର ଏବଂ ତାଙ୍କ ପରିବାର ଲୋକେ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଭଦ୍ରକ ଯାଇଥିଲେ। ଘରେ କେହି ନଥିବାର ସୁଯୋଗ ନେଇ ୪ ଜଣ ଲୁଟେରା ଘର ତାଲା ଭାଙ୍ଗି ଲୁଟ୍ କରିଥିଲେ। ପରେ ଡାକ୍ତର ଘରକୁ ଫେରି ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଲୁଟେରା ମାନଙ୍କ ଆକ୍ରମଣରେ ତପନ ଏବଂ ତାଙ୍କ ଶଳା ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories