www.samajalive.in
Friday, December 5, 2025
26.1 C
Bhubaneswar

ଲାଞ୍ଜିଗଡ଼ ବ୍ଲକରେ ବିକାଶ ବାହାନ ଉଦଘାଟିତ

ଲାଞ୍ଜିଗଡ଼: ରାଜ୍ୟରେ ବିଜେପି ସରକାରଙ୍କ ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଗୁରୁବାର ରାଜ୍ୟବ୍ୟାପୀ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ କାର୍ଯ୍ୟାଳୟରେ ଏହି ସୁସଜ୍ଜିତ ବାହାନକୁ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ଼ ତହସିଲଦାର ବନମାଳୀ ମେହେର, ସିଡିପିଓ ବିଜୟଶ୍ରୀ ସିଂହ, ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ବେହେରା ପ୍ରମୁଖ ଯୋଗଦେଇ ବିକାଶ ବାହନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଲକ୍ଷ୍ମୀଧର ସନ୍ତୋଷରାୟ, ତୁଳସୀ ମାଝୀ, ଅନନ୍ତ ପ୍ରଧାନୀ, ଭାଗିରଥୀ ଧଙ୍ଗଡ଼ାମାଝୀଙ୍କ ସହିତ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ, ମିଶନଶକ୍ତିର କର୍ମକର୍ତ୍ତା ଉପସ୍ଥିତ ଥିଲେ। ବିକାଶ ବାହନ ଆଜି ପ୍ରଥମ ଦିନରେ ବ୍ଲକର ଚମ୍ପାଦେଇପୁର, ଛତ୍ରପୁର, ବାତେଲିମା ଆଦି ପଞ୍ଚାୟତରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ସୂଚନା ଦେଇଥିଲେ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories