www.samajalive.in
Sunday, December 14, 2025
16.1 C
Bhubaneswar

ଶୁକ୍ରବାର ରାଶିଫଳ- ଆକସ୍ମିକ ଧନଲାଭ ହୋଇପାରେ

ମେଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବ।

ବୃଷ: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି ଉପରେ ପ୍ରାଧାନ୍ୟ ଦେବେ। ଜଳଯାତ୍ରାରେ ବିପଦ ରହିଛି। ସୁସ୍ଥ ଓ ନିରାମୟ ରହିବେ। ପରୋପକାରୀ ଓ ବନ୍ଧୁବତ୍ସଳ ହେବେ।

- Advertisement -

ମିଥୁନ: ଆତ୍ମବିଶ୍ବାସୀ ହେବେ। ମନପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବିଦ୍ବାନ୍‌ ହେବେ।

କର୍କଟ: ଭାଗ୍ୟଶାଳୀ ଓ ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

ସିଂହ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବା ସହ ଅନ୍ୟମାନଙ୍କୁ ମଧ୍ୟ ଆପ୍ୟାୟିତ କରିପାରନ୍ତି।

କନ୍ୟା: କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରି ସ୍ବାର୍ଥ ହାସଲ କରିବେ। ନୀତିନିଷ୍ଠ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ନିଜ ସ୍ବାସ୍ଥ୍ୟ ରକ୍ଷାରେ ଧନ ବ୍ୟୟ କରିବେ।

ତୁଳା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ବିଛା: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ। ବଂଶମର୍ଯ୍ୟାଦା ରକ୍ଷା କରିବାରେ ପାରଙ୍ଗମ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ପାରିବାରିକ ସୁଖ ମିଳିବ।

ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। ପ୍ରଗତୀଶୀଳ ଚିନ୍ତାଧାରାର ହେବେ।

ମକର: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭବାନ୍‌ ହେବେ। ସାରାଦିନ ସତର୍କତାର ସହ ଚଳିବାକୁ ପଡ଼ିବ।

କୁମ୍ଭ: ଆଜୀବନ ସମାଜସେବୀଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରି ନିସ୍ବାର୍ଥପର ସେବକ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।

ମୀନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ରହିବେ। ଅତି ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ମଧ୍ୟ ସେବା କାର୍ଯ୍ୟକୁ ପ୍ରାଧାନ୍ୟ ଦେବେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories