www.samajalive.in
Sunday, December 14, 2025
16.1 C
Bhubaneswar

ଇସ୍ରାଏଲ-ଇରାନ ଉତ୍ତେଜନା ନେଇ ଭାରତର ଉଦବେଗ, ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ଉତ୍ତେଜନାକୁ ନେଇ ଭାରତ ଉଦବେଗ ପ୍ରକାଶ କରିଛି। ହିଂସା ପଥ ଛାଡ଼ି କୂଟନୈତିକ ସ୍ତରରେ ଆଲୋଚନା ଜରିଆରେ ଦୁଇ ଦେଶ ପରସ୍ପର ମଧ୍ୟରେ ଥିବା ବିବାଦକୁ ସମାଧାନ କରିବା ଲାଗି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହଯାଇଛି। ଇସ୍ରାଏଲ ପକ୍ଷରୁ ଗୁରୁବାର ବିଳମ୍ବିତ ରାତିରେ ଇରାନ ଉପରେ ଆକ୍ରମଣ କରାଯାଇଥିଲା। ଏହା ପରେ ଇରାନ ପାଲଟା ଜବାବ ଦେଇଛି। ଭାରତ ଉଭୟ ଦେଶକୁ ଆକ୍ରମଣ ପ୍ରତିଆକ୍ରମଣରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି।

ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି ଯେ, ଦୁଇ ଦେଶ ମଧ୍ୟରେ ଲାଗିଥିବା ଉତ୍ତେଜନା ଉପରେ ଭାରତ ନଜର ରଖିଛି। ଇସ୍ରାଏଲ ପକ୍ଷରୁ ଇରାନର ଆଣବିକ ଗବେଷଣା ଅଞ୍ଚଳ ଉପରେ ଆକ୍ରମଣ କରାଯାଇଛି। ଉତ୍ତେଜନା ଯୁଦ୍ଧ ପରିସ୍ଥିତିକୁ ଅଗ୍ରସର ନ ହେବା ଲାଗି ପଦକ୍ଷେପ ନେବା ପାଇଁ ଭାରତ ଦୁଇ ଦେଶକୁ କହିଛି। ଦୁଇ​‌ ଦେଶରେ ରହୁଥିବା ଭାରତୀୟ ନାଗରିକଙ୍କ ପାଇଁ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇ ସତର୍କତାର ସହିତ ନିରାପଦରେ ରହିବାକୁ ପରାମର୍ଶ ଦିଆଯାଇଛି। ସ୍ଥାନୀୟ ନିରାପତ୍ତା ମାର୍ଗଦର୍ଶିକାକୁ ଅନୁପାଳନ କରିବାକୁ ସରକାର ଜନସାଧାରଣଙ୍କୁ କହିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories