www.samajalive.in
Friday, December 5, 2025
23.1 C
Bhubaneswar

ଆଜି ଯିବେ କେନ୍ଦ୍ରୀୟ ଡାକ୍ତରୀ ଦଳ

ଭୁବନେଶ୍ବର : ପ୍ରଭାବିତ ଅଞ୍ଚଳକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଡାକ୍ତରୀ ଦଳ ପଠାଯାଇଛି। ସ୍ୱାସ୍ଥ୍ୟ ବିଶେଷଜ୍ଞ ଦଳ ଗାଁରେ ପହଞ୍ଚି ଜଳ ଓ ଝାଡ଼ା ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି। ୩ଟି ଡାକ୍ତରୀ ଦଳ ଜିଲାର ବିଭିନ୍ନ ହସ୍ପିଟାଲ ଓ ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଅନ୍ୟପକ୍ଷରେ ଗତକାଲି କେନ୍ଦ୍ରୀୟ ଡାକ୍ତରୀ ଦଳ ଆସିଥିବାବେଳେ ଆଜି ପ୍ରଭାବିତ ଅଞ୍ଚଳ ଯାଇ ସ୍ଥିତି ତଦାରଖ କରିବେ ବୋଲି ଜଣାପଡ଼ିଛି।
ଜନସ୍ବାସ୍ଥ୍ୟ ନିର୍ଦେଶକ ଡା. ନୀଳକଣ୍ଠ ମିଶ୍ର କହିଛନ୍ତି, ଯାଜପୁର ଝାଡ଼ାବାନ୍ତି ପିଇବା ପାଣିରୁ ଆଶଙ୍କା କରାଯାଉଛି। ପରୀକ୍ଷା ନିମନ୍ତେ ନମୁନା ପଠାଯାଇଛି। ସେଠାରୁ ବିବରଣୀ ଆସିବା ପରେ ସ୍ପଷ୍ଟ ହେବ। ଏହାର ସମସ୍ତ ବିବରଣୀ ସ୍ୱାସ୍ଥ୍ୟ ବିଭାଗକୁ ପଠାଯାଇଛି। ଏପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିବାବେଳେ ୨୪୫ ଚିକିତ୍ସାଧୀନ ଅଛନ୍ତି। ବର୍ତ୍ତମାନ ସ୍ଥିତି ଧୀରେଧୀରେ ନିୟନ୍ତ୍ରଣକୁ ଆସିଛି। ଏହାସହିତ ସେଠାରେ ଏବେ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। କେନ୍ଦ୍ରୀୟ ଦଳର ତଦାରଖ ପରେ ଏକ ନିର୍ଦେଶନାମା ଜାରି କରିବେ। ଉକ୍ତ ନିର୍ଦେଶନାମା ଆଧାରରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories