www.samajalive.in
Saturday, December 6, 2025
16.1 C
Bhubaneswar

ଭିଜିବ ରଜ; ୧୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇ ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୌସୁମୀ ବର୍ଷାରେ ଭିଜିବ ରଜ ପର୍ବ । ଆସନ୍ତା ୧୮ ତାରିଖ ସୁଦ୍ଧା ଉତ୍ତର-ଓଡ଼ିଶା ଓ ଝାଡଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାଦ୍ୱାରା ମୌସୁମୀ ସକ୍ରିୟ ହୋଇପାରେ । ଶୁକ୍ରବାର ଭୁବନେଶ୍ୱର, କେନ୍ଦୁଝର, କୋରାପୁଟ, ମାଲକାନଗିରି ଏବଂ ଜଗତସିଂହପୁର ଜିଲାରେ ବର୍ଷା ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଞ୍ଜାମ ଏବଂ ନବରଙ୍ଗପୁର ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories