www.samajalive.in
Saturday, December 6, 2025
26.1 C
Bhubaneswar

ବୋଲେରୋ-ଟ୍ରକ୍ ଧକ୍କା: ଜଣେ ମୃତ, ୭ ଆହତ

ବୌଦ୍ଧ: ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ସକାଳେ ଖଜୁରୀପଡା ଛକ ନିକଟରେ ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ପୁରୀରୁ ୯ ଜଣ ଯାତ୍ରୀ ଏକ ବୋଲେରୋରେ ବରଗଡ ଫେରୁଥିଲେ। ଏତିକିବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଖଜୁରୀପଡା ଛକ ନିକଟରେ ଧକ୍କା ଦେଇଥିଲା। ଫଳରେ ବୋଲେରୋରେ ଥିବା ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ପରେ ଖବର ପାଇ ବୌଦ୍ଧ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories