www.samajalive.in
Friday, December 5, 2025
27.1 C
Bhubaneswar

୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି। ଜୁନ୍‌ ୧୨ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷ ପୂର୍ତ୍ତି ପାଳନ ହେଉଛି। ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ଗସ୍ତ ସମୟରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ଼ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଦଳୀୟ ସୁତ୍ରରୁ ଜଣାପଡ଼ିଛି। ଶୁକ୍ରବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସହିତ କ୍ୟାବିନେଟ ମନ୍ତ୍ରୀଗଣ ଏବଂ ଜିଲା ସଭାପତିଙ୍କୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
ଜୁନ୍‌ ୨୦ ଅପରାହ୍ଣ ୨ଟାରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରୁ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ରୋଡ୍‌ ଶୋ’ରେ ବାହାରିବେ। ପରେ ପ୍ରଧାନମନ୍ତ୍ରୀ ମୋଦୀ ବର୍ଷ ପୂର୍ତ୍ତି ସଭାରେ ଉପସ୍ଥିତ ହୋଇ ଶ୍ରୀ ମାଝୀଙ୍କ ସରକାରର ସଫଳତା ବଖାଣିବେ। ରାଜ୍ୟ ସରକାର ଏବଂ ବିଜେପି ସଙ୍ଗଠନ ପକ୍ଷରୁ ଏକବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛନ୍ତି। ଏଥିପାଇଁ ଜନତା ମଇଦାନରେ ବ୍ୟାପକ ଭାବେ ପ୍ରସ୍ତୁତି ହୋଇଥିବାବେଳେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବାକୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ସରକାର ଏକ ବର୍ଷ ମଧ୍ୟରେ କାର୍ଯ୍ୟକାରୀ କରିଥିବା ବିଭିନ୍ନ କେନ୍ଦ୍ରୀୟ ଓ ରାଜ୍ୟସ୍ତରୀୟ ଯୋଜନା ଏବଂ ନିଷ୍ପତ୍ତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କ ସମ୍ମୁଖରେ ରଖିପାରନ୍ତି। ଏହି କାର୍ଯ୍ୟକ୍ରମରେ ସରକାରଙ୍କ ବିଭିନ୍ନ ବିଭାଗର ରିପୋର୍ଟ କାର୍ଡ, ବିଷୟବସ୍ତୁ ଡକ୍ୟୁମେଣ୍ଟାରୀ, ମହିଳା ସଶକ୍ତୀକରଣ, ନିଯୁକ୍ତି, ଯୁବ ବିକାଶ, ଆଦିବାସୀ କଲ୍ୟାଣ ଏବଂ କୃଷକ ପାଇଁ ହୋଇଥିବା ଯୋଜନାଗୁଡ଼ିକ ପ୍ରଦର୍ଶିତ କରାଯିବ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories