www.samajalive.in
Sunday, December 14, 2025
26.1 C
Bhubaneswar

ସବୁ ବିଦ୍ୟାଳୟରେ ହେବ ଯୋଗ ଦିବସ

ଭୁବନେଶ୍ବର : ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ। ସୁସ୍ଥ ଜୀବନ ପାଇଁ ଯୋଗର ଲାଭ ସମ୍ପର୍କରେ ପିଲାମାନେ ଜାଣିବା ଉଦ୍ଦେଶ୍ୟରେ ଏଥର ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ଏନେଇ ସବୁ ରାଜ୍ୟକୁ ନିର୍ଦେଶ ଦିଆଯିବା ପରେ ରାଜ୍ୟରେ ବିଦ୍ୟାଳୟସ୍ତରରେ ଯୋଗ ଦିବସ ପାଳନ ପାଇଁ ତତ୍ପରତା ପ୍ରକାଶ ପାଇଛି।
ଏ ସମ୍ପର୍କରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ରାଜ୍ୟ ପ୍ରକଳ୍ପ ନିର୍ଦେଶିକା ଅନନ୍ୟା ଦାସ ସମସ୍ତ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଏବଂ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ପତ୍ର ଜରିଆରେ ଅବଗତ କରିଛନ୍ତି। ଆନ୍ତର୍ଜାତିକ ଯୋଗ ଦିବସ ପୋର୍ଟାଲରେ ଆୟୋଜକ ଭାବେ ବିଦ୍ୟାଳୟର ପଞ୍ଜୀକରଣ କରିବାକୁ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ କୁହାଯିବ। ବିଦ୍ୟାଳୟଗୁଡ଼ିକରେ ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ ସ୍ବତନ୍ତ୍ର ଯୋଗ ଅଧିବେଶନ ଅନୁଷ୍ଠିତ ହେବ। ଏଥିରେ ଶିକ୍ଷାର୍ଥୀଙ୍କୁ ଯୋଗଦେବା ପାଇଁ ଉତ୍ସାହିତ କରାଯିବ। ଆୟୁଷ ମନ୍ତ୍ରଣାଳୟର ଏକକ ଯୋଗ ପ୍ରୋଟୋକଲକୁ ଅନୁକରଣ କରାଯିବ। ଏହା ମନ୍ତ୍ରଣାଳୟର ଆନ୍ତର୍ଜାତିକ ଯୋଗ ଦିବସ ପୋର୍ଟାଲରେ ୨୨ଟି ଭାରତୀୟ ଭାଷାରେ ଉପଲବ୍ଧ। ୨୧ ତାରିଖ ଦିନ ୨ଟା ସୁଦ୍ଧା ଯୋଗ ଦିବସରେ ସାମିଲ ଜିଲାୱାରୀ ବିଦ୍ୟାଳୟ/ଶିକ୍ଷାନୁଷ୍ଠାନ/ଛାତ୍ରଛାତ୍ରୀ/ଶିକ୍ଷକ-ଶିକ୍ଷୟିତ୍ରୀ/ଅଭିଭାବକ ସମ୍ପର୍କରେ ରାଜ୍ୟ ପ୍ରକଳ୍ପ କାର୍ଯ୍ୟାଳୟକୁ ଜଣାଯିବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories