www.samajalive.in
Saturday, December 13, 2025
21.1 C
Bhubaneswar

ଯାଜପୁରରେ କେନ୍ଦ୍ରୀୟ ଟିମ୍ : ହଇଜା ସ୍ଥିତି ନେଇ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା

ଯାଜପୁର : ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ ଧର୍ମଶାଳା ବିଧାୟକ, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହିଛନ୍ତି । ଯାଜପୁର ଜିଲ୍ଲାରେ କିଛି ଆକ୍ରାନ୍ତଙ୍କ ପାଖରେ କଲେରା ବ୍ୟାକ୍ଟେରିଆ ଚିହ୍ନଟ ପରେ ଚିନ୍ତା ବଢିଛି। ଏହାର ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ଟିମ୍ ଯାଜପୁର ଗସ୍ତ କରିଛନ୍ତି। ଜିଲ୍ଲାରେ ଝାଡାବାନ୍ତିରେ ମୋଟ ମୃତ୍ୟୁସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର । ଯାଜପୁରରେ ୧୧ କଲେରା କେସ୍ ଚିହ୍ନଟ ହେବା ପରେ ଅସ୍ବାସ୍ଥ୍ୟକର ଖାଦ୍ୟ ଏବଂ ପାଣି ନପିଇବାକୁ ପରାମର୍ଶ ଦିଆଯାଇଛି । ସମ୍ପୃକ୍ତ ଅଂଚଳଗୁଡିକରେ ଥିବା ଜଳଉତ୍ସ ଗୁଡିକୁ ବିଶୋଧନ କରାଯିବା ସହ ଲୋକମାନଙ୍କୁ ସଚେତନ କରାଯାଉଛି ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories