www.samajalive.in
Saturday, December 13, 2025
21.1 C
Bhubaneswar

ବଜ୍ରାଘାତରେ ଜଣେ ମୃତ, ଜଣେ ଗୁରୁତର

ବାଙ୍ଗିରିପୋଷି : ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ହେଲେ ନିଶ୍ଚିନ୍ତା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୋଳାଗାଡ଼ିଆ ଗ୍ରାମର ଗୋବିନ୍ଦ ମାର୍ଣ୍ଡିଙ୍କ ପୁଅ ଭୀମ ମାର୍ଣ୍ଡି (୨୫) ଏବଂ ଗୁରୁତର ଆହତ ଯୁବକ ଜଣକ ହେଲେ ଗୋହିରାପାଳ ଗ୍ରାମର ଜଗନ୍ନାଥ ମାର୍ଣ୍ଡି (୪୦)। ମଧ୍ୟାହ୍ନ ସମୟରେ ହଠାତ କଳାବୈଶାଖି ପ୍ରଭାବରେ ବର୍ଷା ଆସିବାରୁ ଗ୍ରାମ ନିକଟସ୍ଥ ଏକ ମହୁଲ ଗଛ ମୂଳରେ ଆଶ୍ରୟ ନେଇଥିବାବେଳେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଭୀମ ଟଳିପଡିଥିଲେ ।  ଜଗନ୍ନାଥଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବାରିପଦା ପିଆରଏମ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories