www.samajalive.in
Saturday, December 6, 2025
14.1 C
Bhubaneswar

ସୋନିଆ ଗାନ୍ଧୀ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ : ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଡାକ୍ତରଖାନାରେ ଭର୍ତ୍ତି। ଗତକାଲି ରାତିରେ ତାଙ୍କୁ ସ୍ଥାନୀୟ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାକସ୍ଥଳୀ ଜନିତ ସମସ୍ୟା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତାଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ଥିବାବେଳେ ଗ୍ୟାଷ୍ଟ୍ରୋଏଣ୍ଟୋଲୋଜି ବିଭାଗ ତତ୍ତ୍ଵାବଧାନରେ ରହିଛନ୍ତି ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି। ଗତ ସପ୍ତାହରେ ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମଲାସ୍ଥିତ ବାସଭବନକୁ ଯାଇଥିବାବେଳେ ସୋନିଆ ଉଚ୍ଚ ରକ୍ତଚାପ ଜନିତ ସ୍ଵାସ୍ଥ୍ୟ ସମସ୍ୟାରେ ପଡିଥିଲେ। ତାଙ୍କୁ ସେତେବେଳେ ସମଲାସ୍ଥିତ ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରାଜ୍ୟସଭା ସାଂସଦ ସୋନିଆ ଏବେ କଂଗ୍ରେସ ସଂସଦୀୟ ଦଳ ସଭାନେତ୍ରୀ ଅଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories