www.samajalive.in
Friday, December 5, 2025
27.1 C
Bhubaneswar

୨୦ରୁ ଖୋଲିବ ସ୍କୁଲ; ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗର ଚିଠି

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ ଉପରେ ଗୁରୁତ୍ବ ଦିଆଯାଇଛି। ବିଦ୍ୟାଳୟ ଖୋଲିବାର ଦିନକ ପୂର୍ବରୁ ଅର୍ଥାତ ୧୯ ତାରିଖରେ ଶିକ୍ଷକ, କର୍ମଚାରୀ, ପାଚିକା ଏବଂ ସହାୟିକାଙ୍କୁ କାର‌୍ୟ୍ୟରେ ଯୋଗଦେବାକୁ ନିର୍ଦେଶ ଦିଆଯାଇଛି। ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ଝାଡ଼ାବାନ୍ତି ଗୋଟିଏ ପରେ ଗୋଟିଏ ଜିଲାକୁ ବ୍ୟାପୁଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣର ଭୟ ମଧ୍ୟ ରହିଛି। ଏବେ ବିଦ୍ୟାଳୟଗୁଡ଼ିକ ବନ୍ଦ ଥିବାରୁ ଅଭିଭାବକମାନେ ଆଶ୍ବସ୍ତ ଅଛନ୍ତି। ୨୦ରୁ ବିଦ୍ୟାଳୟ ଖୋଲିବା ପରେ ଏ ଦିଗରେ ଅଧିକ ଯତ୍ନବାନ ହେବାର ଆବଶ୍ୟକତା ରହିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories