www.samajalive.in
Wednesday, December 10, 2025
14.1 C
Bhubaneswar

ଗଛରେ ପିଟି ହେଲା ବାଇକ୍, ଦୁଇ ମୃତ

କଲମପୁର : କଳାହାଣ୍ଡି ଜିଲ୍ଲା କଲମପୁର ଜୁନାଗଡ ମୁଖ୍ୟ ରାସ୍ତା ଦେପୁର ନିକଟରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏକ ବାଇକ୍ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି। ଏଥିରେ ଦୁଇ  ଜଣ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ନାବାଳକ ଗୁରୁତର ହୋଇଛି। ତୁରନ୍ତ ତାକୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ପରୁଆଗୁଡା ଗାଁର ରୋହିତ ପଟେଲ ନାମକ ଜଣେ ଯୁବକଙ୍କ ସହ ଜୁନାଗଡ ଥାନା ଅଧୀନସ୍ଥ ମୁଣ୍ଡୁରାଗୁଡା ମହୁଲପଡାର ଅଜୟ ମାଝୀ ଏବଂ ଲକ୍ଷ୍ମୀକାନ୍ତ ମାଝୀ ଓରଫ ଛୋଟୁ ନାମକ ନାବାଳକ ଏକ ବାଇକ ଯୋଗେ ବିଳମ୍ବିତ ରାତିରେ କଲମପୁର ଜୁନାଗଡ ମୁଖ୍ୟ ରାସ୍ତା ଦେଇ ମୁଣ୍ଡୁରାଗୁଡା ଗାଁକୁ ଯାଉଥିଲେ। ଏତିକିବେଳେ ଦେପୁର ନିକଟରେ ବାଇକଟି ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ଏକ ଗଛ ସହ ପିଟି ହୋଇଯାଇଥିଲା । ଫଳରେ ଘଟଣାସ୍ଥଳରେ ରୋହିତ ଏବଂ ଅଜୟଙ୍କର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଲକ୍ଷ୍ମୀକାନ୍ତକୁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories