www.samajalive.in
Saturday, December 13, 2025
26.1 C
Bhubaneswar

ଇଣ୍ଡିଗୋ ବିମାନର ଜରୁରୀ ଅବତରଣ

ନାଗପୁର: କେରଳର କୋଚିରୁ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନକୁ ନାଗପୁରରେ ଜରୁରୀକାଳୀନ ଅବତରଣ କରିବାକୁ ପଡ଼ିଛି। ବିମାନରେ ବୋମା ଥିବା ଧମକ ମିଳିବା ପରେ ସତର୍କତା ସ୍ୱରୂପ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ବିମାନଟି ସୁରକ୍ଷିତ ଭାବରେ ଅବତରଣ କରିଛି। ଯାତ୍ରୀମାନଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି ଏବଂ ଯାଞ୍ଚ କରାଯାଉଛି। ବର୍ତ୍ତମାନସୁଦ୍ଧା ବିମାନରେ କୌଣସି ସନ୍ଦେହଜନକ ସାମଗ୍ରୀ ମିଳିନାହିଁ।

ସୂଚନା ଅନୁଯାୟୀ, ବିମାନ ୬ଇ-୨୭୦୬ କୋଚିରୁ ସକାଳ ୯.୧୧ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲା। ଦିଲ୍ଲୀରେ ଏହାର ଅବତରଣ ସମୟ ଥିଲା ମଧ୍ୟାହ୍ନ ୧୨.୩୫। ଇତି ମଧ୍ୟରେ ଦୁଇ ଘଣ୍ଟା ୪୩ ମିନିଟ୍ ପର୍ଯ୍ୟନ୍ତ ଆକାଶରେ ରହିବା ପରେ ବିମାନଟି ସକାଳ ୧୧.୫୪ରେ ନାଗପୁରରେ ଜରୁରୀ ଅବତରଣ କରିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories