www.samajalive.in
Sunday, December 14, 2025
26.1 C
Bhubaneswar

ସାପ କାମୁଡ଼ାରେ ନାବାଳକ ମୃତ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ବଡଦ୍ୱାରସାହିର ମୃତ ସୁରେନ୍ଦ୍ର କୌଶଲ୍ୟାଙ୍କ ସାନ ପୁଅ ବେଲଧର କୌଶଲ୍ୟା ଓରଫ ନିକିତ(୧୫)ଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସୋମବାର ରାତିରେ ପରିବାର ଲୋକେ ଖାଇ ଶୋଇଥିବାବେଳେ ବିଳମ୍ବିତ ରାତିରେ ଏକ ବିଷଧର ସାପ ବେଲଧରଙ୍କ ପେଟରେ ଚୋଟ ମାରିଥିଲା। କିଛି ସମୟ ପରେ ତାଙ୍କ ଛାତି ବ୍ୟଥା ହେବାରୁ ସଙ୍ଗେ ସଙ୍ଗେ ପରିବାର ଲୋକେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରି ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ ଏସଆଇ ହେମନ୍ତ କୁମାର ବରିହା ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ରୁଜୁ କରିବା ପରେ ବ୍ୟବଛେଦ କରି ପରିବାରକୁ ମୃତଦେହ ହସ୍ତାନ୍ତର କରିଥିଲେ। ଏହି ଖବର ପ୍ରଚାରିତ ହେବାପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories