www.samajalive.in
Monday, December 8, 2025
14.1 C
Bhubaneswar

ଲଘୁଚାପରୁ ୨୦ ଯାଏ ବର୍ଷା: ସାରା ରାଜ୍ୟକୁ ଛୁଇଁଲା ମୌସୁମି

ଭୁବନେଶ୍ୱର: ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ତାରିଖରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟାପ୍ରତି ୬୦କି.ମି. ଛୁଇଁପାରେ। ସମୁଦ୍ର ଅଶାନ୍ତ ରହିବା ଯୋଗୁ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଉପକୂଳବର୍ତ୍ତୀ ଗାଁ ଗୁଡିକ ସତର୍କ ରହିବାକୁ ସରକାରଙ୍କ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କରାଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

- Advertisement -

ମଙ୍ଗଳବାର ଭୁବନେଶ୍ବର ସହିତ ରାଉରକେଲା, ଜଗତସିଂହପୁର, ବଲାଙ୍ଗିର, ସୁନ୍ଦରଗଡ, କେନ୍ଦୁଝର, ବାଲେଶ୍ବର, କଟକ, ଅନୁଗୋଳ, ବାରିପଦା ଏବଂ ପାରାଦ୍ବୀପ ଆଦି ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲାଗୁଡିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ଝାରସୁଗୁଡା, ଦେବଗଡ, ଢେଙ୍କାନାଳ, ଅନୁଗୋଳ, ବରଗଡ, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ଓ ପବନ ଯୋଗୁଁ କଚ୍ଚା ରାସ୍ତା, କଚ୍ଚାଘର ଧୋଇ ହୋଇଯିବା ସମ୍ଭାବନା ରହିଛି। ପାହାଡିଆ ଅଞ୍ଚଳରେ ଭୂସ୍ଖଳନ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିବାର ଆଶଙ୍କା ରହିଛି। ଝଡବର୍ଷା ସମୟରେ ଜନସାଧାରଣ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories