www.samajalive.in
Friday, December 5, 2025
27.1 C
Bhubaneswar

ନବୀନଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ

ଭୁବନେଶ୍ବର :ପୁରୀ ଛତିଶା ନିଯୋଗ ସେବାୟତଙ୍କର ଏକ ପ୍ରତିନିଧି ଦଳ ମଙ୍ଗଳବାର ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଥିଲେ। ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ଯ୍ୟ ପାଇଁ ଧନ୍ୟବାଦ ଜଣାଇ ରଥଯାତ୍ରାରେ ସାମିଲ ହେବାକୁ ନିମନ୍ତ୍ରଣ ଦେଇଛନ୍ତି। ଜୁନ୍‌ ୨୭ରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ପାଳନ କରିବା ପାଇଁ ଶ୍ରୀ ପଟ୍ଟନାୟକ ସେବାୟତଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ସାଂସଦ ଶୁଭାଶିଷ ଖୁଣ୍ଟିଆ ଉପସ୍ଥିତ ଥିଲେ। ସାଇନା ଖୁଣ୍ଟିଆ, ଗୌରହରି ପ୍ରଧାନ, ଲୋକନାଥ ମହାସୁଆର, ରବିଶଙ୍କର ପଢିଆରୀ, କାଶୀନାଥ ମହାସୁଆର, ଦାମୋଦର ପ୍ରତିହାରୀ, ହରିଆ ସୁଆର, ଅସିତ୍‌ ମେକାପ, କୃଷ୍ଣଚନ୍ଦ୍ର ଗୋଚ୍ଛିକାର, ଜମେଶ୍ୱର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories