www.samajalive.in
Saturday, December 13, 2025
26.1 C
Bhubaneswar

ବୁଧବାର ରାଶିଫଳ: ମାଲିମୋକଦ୍ଦମାରେ ବିଜୟୀ ହେବେ

ମେଷ:  ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସ୍ବକର୍ମ ପାଇଁ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ବୃଷ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ଜୀବନରେ ଜନ କଲ୍ୟାଣକୁ ଆଦରି ନେବେ।

- Advertisement -

ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ସାହସୀ ଓ ତେଜସ୍ବୀ ହେବେ।

କର୍କଟ: ଉଦାର ଚେତା ଓ ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ଯାନବାହନ ସୁଖ ମିଳିବ।

ସିଂହ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ପ୍ରେମପୂର୍ଣ୍ଣ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂର୍ଣ୍ଣ ଆଦର ସମ୍ମାନ ମିଳିବ। ଧାର୍ମିକ ହେବେ।

କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁଙ୍କ ସହାୟତା ମିଳିବ।

ତୁଳା : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌, ଶାସ୍ତ୍ରଜ୍ଞ ଓ ବନ୍ଧୁପ୍ରିୟ ହେବେ।

ବିଛା: କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ପ୍ରେମପୂର୍ଣ୍ଣ କଥାରେ ସହଯୋଗୀଙ୍କୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧାର୍ମିକ କାର୍ଯ୍ୟ ଓ ଅତିଥି ସତ୍କାରରେ ଧନ ବ୍ୟୟ କରିବେ।

ଧନୁ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ରାଜଦ୍ବାରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସମ୍ପତ୍ତିଯୁକ୍ତ ହେବେ।

ମକର: କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ପାରିବାରିକ ଜୀବନ ସୁଖମୟ ହେବ।

କୁମ୍ଭ: ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଧର୍ମ କାର୍ଯ୍ୟରେ ସୀମିତ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନଗରିମାଯୁକ୍ତ ହେବେ।

ମୀନ: ପରିଶ୍ରମ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ବାଦ ବିବାଦ ଆଡ଼କୁ ଟାଣି ହୋଇପାରନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories