www.samajalive.in
Sunday, December 14, 2025
26.1 C
Bhubaneswar

ଅମରନାଥ ଯାତ୍ରା ରାସ୍ତା ‘ନୋ ଫ୍ଲାଇଙ୍ଗ ଜୋନ୍’ ଘୋଷିତ

ନୂଆଦିଲ୍ଲୀ: ଅମରନାଥ ଯାତ୍ରା ଲାଗି ଉଦ୍ଦିଷ୍ଟ ଦୁଇଟି ରାସ୍ତାକୁ ‘ନୋ ଫ୍ଲାଇଙ୍ଗ ଜୋନ୍’ ଘୋଷଣା କରାଯାଇଛି। ଯାତ୍ରା ପାଇଁ ଚିହ୍ନଟ ଦୁଇଟି ରାସ୍ତା ହେଲା ପହଲଗାଓଁ (୪୬ କିମି) ଓ ବାଲତାଲ୍ (୧୪ କିମି)। ଜୁଲାଇ ୧ରୁ ଏହି ଦୁଇ ରାସ୍ତା ଉପରେ କୌଣସି ପ୍ରକାର ଡ୍ରୋନ, ବିମାନ, ହେଲିକପ୍ଟର ଆଦି ଉଡାଣ କରିପାରିବ ନାହିଁ। ରାସ୍ତା ଉପରେ ଯଦି କୌଣସି ପ୍ରକାର ଉଡନ୍ତା ଯାନ ବା ବସ୍ତୁକୁ ଦେଖିବାକୁ ମିଳେ ତେବେ ଏହାକୁ ଗୁଳିକରି ଖସାଇ ଦେବାକୁ ସୁରକ୍ଷାବାହିନୀକୁ ନିର୍ଦେଶ ଦିଆଯାଇଛି। ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟି କୋଣରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏପରି ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ସମ୍ପର୍କରେ ଜାମ୍ମୁ-କାଶ୍ମୀର ପୁଲିସ, ସିଆରପିଏଫ୍‌, ବିଏସ୍ଏଫ୍ ଓ ସ୍ଥଳ ସେନାକୁ ଅବଗତ କରାଯାଇଛି। ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ପରେ ଅମରନାଥ ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜୁଲାଇ ୩ରୁ ଅମରନାଥ ଯାତ୍ରା ଆରମ୍ଭ ହୋଇ ଅଗଷ୍ଟ ୯ରେ ଶେଷ ହେବ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories