www.samajalive.in
Saturday, December 13, 2025
26.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ଜଣେ ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ସୀତାପୁରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେ​‌ଳେ ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ମଙ୍ଗଳବାର ବିଳମ୍ବିତ ରାତିରେ କମଳାପୁର ଥାନା  ଦେବୀପୁର ଗାଁର ୬ ଜଣ ବ୍ୟକ୍ତି ରାସ୍ତାକଡରେ ଯାଉଥିବା ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ମାନେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories