www.samajalive.in
Tuesday, December 9, 2025
15.1 C
Bhubaneswar

ମାଟ୍ରିକ ପରୀକ୍ଷା: ସକାଳୁ ପହଞ୍ଚିବ ପ୍ରଶ୍ନପତ୍ର

ଭୁବନେଶ୍ଵର: ଆସନ୍ତା ୨୨ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ତେଣୁ ପରୀକ୍ଷାକୁ କିପରି ସୁବ୍ୟବସ୍ଥିତ ଏବଂ ଶୃଙ୍ଖଳିତ କରାଯାଇପାରିବ ତାହାର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ। ଏ ନେଇ ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଜିଲାୱାରୀ ଭିଡିଓ କନଫରେନ୍ସିଂ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଏଥର ପରୀକ୍ଷା ଦିନ ସକାଳୁ କେନ୍ଦ୍ରଗୁଡ଼ିକରେ ପ୍ରଶ୍ନପତ୍ର ପହଞ୍ଚାଯିବ। ସକାଳ ୬ଟାରୁ ସାଢ଼େ ୮ଟା ମଧ୍ୟରେ କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚିବ। ନୋଡାଲ ସେଣ୍ଟରରୁ  ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପହଞ୍ଚାଇବା ଲାଗି ୭୦୧ଟି ଟିମ ଗଠନ ହୋଇଛି। ପରୀକ୍ଷା ପରିଚାଳନା ପାଇଁ ୫୮ଟି ଫ୍ଲାଇଁ ସ୍କ୍ବାଡ୍‌ , ୪୪ଟି ସ୍ବତନ୍ତ୍ର ସ୍କାଡ ଏବଂ ୬ଟି ଜୋନାଲ ସ୍କ୍ବାଡ ଗଠନ କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ ଗୁଜବ ରୋକିବା ଲାଗି ସ୍ବତନ୍ତ୍ର ଅଧିକାରୀଙ୍କୁ ଦାୟିତ୍ଵ ଦିଆଯାଇଛି। ସେହିପରି ପରୀକ୍ଷା କେନ୍ଦ୍ର ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯିବାକୁ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ, ଚଳିତବର୍ଷ ୨୯୫୩ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୮୭ ହଜାର ୭୨୦ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ପୁଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା କହିଛନ୍ତି ଯେ, ପ୍ରତି ପରୀକ୍ଷା କେନ୍ଦ୍ରରେ ପୁଲିସ କର୍ମଚାରୀଙ୍କୁ ମୁତୟନ କରିବା ପାଇଁ ଏସପିମାନଙ୍କୁ ନିର୍ଦେଶ ଦିଆଯାଇଛି। ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପରିବହନ ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories