www.samajalive.in
Sunday, December 14, 2025
15.1 C
Bhubaneswar

ଚେନାଇରାଧା ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ 

ଲାଞ୍ଜିଗଡ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡସ୍ଥିତ ସୁନାମଧନ୍ୟ ଚେନାଇ ରାଧା ଇଞ୍ଜିନିୟରିଂ ପ୍ରାଇଭେଟ ଲିମିଟେଡର ଅଧ୍ୟକ୍ଷ ଏସ. ଭେଙ୍କଟେସନଙ୍କ ୮୦ତମ ଜନ୍ମଦିବସକୁ ଆଜି ନିଆରା ଢଙ୍ଗରେ ପାଳନ କରିଛନ୍ତି କମ୍ପାନୀ କର୍ତ୍ତୃପକ୍ଷ। ସର୍ବ ପ୍ରଥମେ କେକ କାଟି ଜନ୍ମଦିବସ ପାଳନ କରିବା ପରେ ପରେ ଏକ ସ୍ବେଛାକୃତ ରକ୍ତଦାନ ଶିବିରର ଆୟୋଜନ କରିଛନ୍ତି। ଲାଞ୍ଜିଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ଆୟୋଜିତ ରକ୍ତଦାନ ଶିବିରରେ ଲାଞ୍ଜିଗଡ ଥାନାଧିକାରୀ ଜିତେନ୍ଦ୍ର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା. ଭବାନୀଶଙ୍କର ଲେଙ୍କା, ବେଦାନ୍ତ ଲିମିଟେଡ ପାୱାର ପ୍ଲାଣ୍ଟ ମୁଖ୍ୟ ପ୍ରବୋଧ କୁମାର ସିଂହ, ସଞ୍ଜୟ ଜେନା, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ରାଜେନ୍ଦ୍ର ପ୍ରତାପ ସିଂଦେଓ, ଆଞ୍ଚଳିକ ବିକାଶ ପରିଷଦର ସଭାପତି ଶ୍ରୀଧର ପେସନିଆ, ବରିଷ୍ଠ ନାଗରିକ କାମରାଜ ଦଳବେହେରା, ଆଇଜାକ କମ୍ପାନୀର ପ୍ରକଳ୍ପ ଇନଚାର୍ଜ ପ୍ରଫୁଲ୍ଲ ବେହେରା ପ୍ରମୁଖ ଯୋଗଦେଇଥିଲେ। ଚେନାଇରାଧା ଆବାସିକ ପରିଚାଳକ ଦିଲିପ କୁମାର ସ୍ବାଇଁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଶିବିରକୁ ଭି. ଶିବ କୁମାର, ସନ୍ତୋଷ କୁମାର ସାହୁ, ଅନୁଜ ସାସମଲ, ରାକେଶ ଜେନା ପ୍ରମୁଖ ପରିଚାଳନା କରିଥିଲେ। ଓଡ଼ିଶା ରକ୍ତଭଣ୍ଡାରର ଟେକ୍ନିସିଆନ ଅଜିତ କୁମାର ନାଏକ, ସଞ୍ଜୀବ ମହାଖୁଡ଼, ଗିରୀଶ ନାଏକ, ଡୋଳାମଣି ମାଝୀ ପ୍ରମୁଖ ରକ୍ତଦାତାଙ୍କଠାରୁ ରକ୍ତ ସଂଗ୍ରହ କରିଥିଲେ। ସେହିପରି ଲାଞ୍ଜିଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର କର୍ମକର୍ତ୍ତା ତଥା ଲାଞ୍ଜିଗଡ ପ୍ରେସ କ୍ଳବ ପକ୍ଷରୁ ସଦସ୍ୟ ଧର୍ମେନ୍ଦ୍ର ପଣ୍ଡା, ରମେଶ ନାୟକ, ଦିଲୀପ ନାଏକ ପ୍ରମୁଖ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories