www.samajalive.in
Sunday, December 14, 2025
26.1 C
Bhubaneswar

ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଅଭିନେତ୍ରୀ ଓ ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସ

ଡେସ୍କ: ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତକାର ସମୟରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ। ଓଡ଼ିଶାର କଳା, ସଂସ୍କୃତିକୁ ବିଶ୍ୱବିଦିତ କରାଇବା ଓ ଓଡିଶା ମାଟିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଶ୍ରୀମତୀ ଦାସ କିଛି ପ୍ରସ୍ତାବ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରିଛନ୍ତି। ଏହିସବୁ ପ୍ରସ୍ତାବରେ ଆଗେଇବା ନିମନ୍ତେ ସେ ଓଡ଼ିଶା ସରକାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଏବଂ ସଂସ୍କୃତି ମନ୍ତ୍ରୀ ତଥା ବିଭାଗର ସହାୟତା ଲୋଡ଼ିଛନ୍ତି।


ପ୍ରସ୍ତାବ ଗୁଡିକ ଉପରେ ବିଭାଗୀୟ ଆଲୋଚନା ପରେ ସରକାରଙ୍କ ତରଫରୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories