www.samajalive.in
Monday, December 15, 2025
16.1 C
Bhubaneswar

ଆଜି ‘ସମାଜ’ ବ୍ଲକସ୍ତରୀୟ ପ୍ରତିଯୋଗିତା

କଟକ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ପବିତ୍ର ଶ୍ରାଦ୍ଧ ଦିବସ ଅବସରରେ ବ୍ଲକସ୍ତରୀୟ ‘ସମାଜ ଓଜସ୍ବିନୀ ଓଡ଼ିଶା- ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା’ ରବିବାର ୨୨ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ ଜିଲାର ପ୍ରତି ବ୍ଲକରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଭାଗ ନେଇପାରିବେ। ଏଥିରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିaବା କୃତି ଛାତ୍ରଛାତ୍ରୀଙ୍କୁ ମାନପତ୍ର, ସ୍ମୃତି ଚିହ୍ନ ଓ ଅର୍ଥରାଶି ପ୍ରଦାନ କରାଯିବ। ଏଥିସହ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଜିଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ଭାଗ ନେଇପାରିବେ। ଜିଲାସ୍ତରରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଆସନ୍ତା ୨୬ ତାରିଖରେ କଟକ, ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନରେ ଆୟୋଜିିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ। ସବିଶେଷ ବିବରଣୀ ପାଇଁ ଦୁଇ ନମ୍ବର ପୃଷ୍ଠା ଦେଖନ୍ତୁ। ତେବେ ଝାଡ଼ାବାନ୍ତି ସଂକ୍ରମଣ ପାଇଁ ଯାଜପୁର ଓ ଭଦ୍ରକ ଜିଲାରେ ପ୍ରଶାସନର କଟକଣା ଯୋଗୁଁ ବିଦ୍ୟାଳୟ ବନ୍ଦ ଥିବାରୁ ଏହି ଦୁଇ ଜିଲାରେ ପ୍ରତିଯୋଗିତାକୁ ସ୍ଥଗିତ ରଖାଯାଇଛି।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories