www.samajalive.in
Saturday, December 13, 2025
21.1 C
Bhubaneswar

ରଥଯାତ୍ରା: ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସମୀକ୍ଷା ବୈଠକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ (Incident Free) କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପୋଲିସ ନିୟୋଜନ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟଗୁଡିକୁ ସଠିକ ଭାବେ ପରିଚାଳନା କରି ଶ୍ରଦ୍ଧାଳୁ ମାନେ ଯେପରି ଶୃଙ୍ଖଳିତ ଭାବେ ରଥଯାତ୍ରାରେ ଭାଗନେଇ ପାରିବେ ସେଥିପ୍ରତି ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ସୁରୁଖୁରୁରେ ଏବଂ ଠିକ୍ ସମୟରେ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସେବାୟତ ମାନଙ୍କ ସହଯୋଗ କାମନା କରିଥିଲେ। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆମ ସାଂସ୍କୃତିର ସବୁଠାରୁ ଗୌରବମୟ ପରିଚୟ। କୋଟି କୋଟି ଲୋକଙ୍କ ଭାବାବେଗ ଏଥିରେ ଜଡିତ ଅଛି। ତେଣୁ, ଏହାର ସୁପରିଚାଳନା କେବଳ ଏକ ସରକାରୀ ଦାୟିତ୍ୱ  ନୁହେଁ, ବରଂ ଏକ ପବିତ୍ର କର୍ତ୍ତବ୍ୟ। ତେଣୁ ସମସ୍ତ ବିଭାଗର ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବେସରକାରୀ ସଂସ୍ଥା ସମସ୍ତେ ସମନ୍ୱୟ ରଖି ଏହାର ସଫଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓ ଅତିଥିମାନେ ପୁରୀ ଜିଲ୍ଲା ପ୍ରଶାସନର ସୂଚନା ପୁସ୍ତିକା ରୂପରେଖ ଉନ୍ମୋଚନ କରିଥିଲେ । ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ଯାଇ ସେଠାରେ ହୋଇଥିବା ଉନ୍ନତି ଓ ସୌନ୍ଦର୍ଯ୍ୟ କରଣକାର୍ଯ୍ୟ ବୁଲି ଦେଖିଥିଲେ ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories