www.samajalive.in
Monday, December 15, 2025
16.1 C
Bhubaneswar

ଭାଷା ଓ ସଂସ୍କୃତି ବଜାୟ ରଖିବା କ୍ଷେତ୍ରରେ ‘ସମାଜ’ ଏକ ଆନ୍ଦୋଳନ

ମାଲକାନଗିରି: ଓଡ଼ିଶାରେ ଭାଷା ଓ ସଂସ୍କୃତି ବଜାୟ ରଖିବା ନିମନ୍ତେ ସମାଜ ଏକ ସ୍ୱତନ୍ତ୍ର ଭୂମିକା ଗ୍ରହଣ କରୁଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ଶ୍ରାଦ୍ଧଦିବସ ଉପଲକ୍ଷେ ବକ୍ତୃତା ପ୍ରତିଯୋଗିତାରେ ମଂଚାସୀନ ଅତିଥି ମାନେ ମତ ପ୍ରକାଶ କରିଛନ୍ତି। ମାଲକାନଗିରି ସଦର ମହକୁମା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବ୍ଲକସ୍ତରୀୟ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ବକ୍ତୃତା ପ୍ରତିଯୋଗିତାର ବିଷୟ ଥିଲା ଗୋପବନ୍ଧୁଙ୍କ ସ୍ୱପ୍ନର ଓଡ଼ିଶା। ଏହି ପ୍ରତିଯୋଗିତାରେ ମାଲକାନଗିରି ବ୍ଲକର ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ, ଆଇ.ଏମ୍‌‌.ଏସ୍‌‌.ଟି. ଇଂରାଜୀ ବିଦ୍ୟାଳୟ, ଜଗନ୍ନାଥପାଲ୍ଲୀ ଉଚ୍ଚ ବିଦ୍ୟାଳୟ, ଏମ୍‌‌.ଭି୭, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବୁଟିଗୁଡା, ଓ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲ। ଏହି ବିଦ୍ୟାଳୟ ମାନଙ୍କ ମଧ୍ୟରୁ ସମୁଦାୟ ୩୧ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତାରେ ଉଲ୍ଲେଖନୀୟ ବକ୍ତୃତା ପ୍ରଦାନ କରିଥିଲ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଆରାଧନା ପଟ୍ଟନାୟକ ପ୍ରଥମ ସ୍ଥାନ ପାଇଥିବା ବେଳେ ଜଗନ୍ନାଥପାଲ୍ଲୀ ଉଚ୍ଚ ବିଦ୍ୟାଳୟର ଛାତ୍ର ସାଶ୍ୱତ କୁମାର ପଣ୍ଡା ଦ୍ୱିତୀୟ ସ୍ଥାନ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପ୍ରଜ୍ଞା ପାଣିଗ୍ରାହି ତୃତୀୟ ସ୍ଥାନ ଅକ୍ତିଆର କରିଛନ୍ତି। ବିଜେତାମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ଟ୍ରଫି ଓ ମାନପତ୍ର ତଥା ଅର୍ଥରାଶି ପ୍ରଦନ କରାଯାଇଥିଲ।। ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ସୌଜନ୍ୟମୂଳକ ମାନପତ୍ର ପ୍ରଦାନ କରାଯାଇଥିଲ।।

- Advertisement -

ମାଲକାନଗିରି ପ୍ରତିନିଧି ଅସୀମ ବିଶ୍ୱାସଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଦୁଷ୍ମନ୍ତ କୁମାର ଜେନା, ଅନ୍ୟତମ ଅତିଥି ଭାବେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ସଭାପତି ରବୀନ୍ଦ୍ର କୁମାର ମହାରଣା ଯୋଗ ଦେଇଥିବା ବେଳେ ବିଚାରକ ଭାବେ କମଳାପଦର ଉଚ୍ଚପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସେନାପତି, ଆଇ.ଏମ୍‌‌.ଏସ୍‌‌.ଟି. ବିଦ୍ୟାଳୟର ଅବସରପ୍ରାପ୍ତ ଉପାଧ୍ୟକ୍ଷ ଶିବ ପ୍ରସାଦ କିର୍ତନୀଆ, ଲଖ୍ମଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ମଂଚାସୀନ ଥିଲା।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories