www.samajalive.in
Friday, December 5, 2025
23.1 C
Bhubaneswar

ଆଜି ଅଣସର ତ୍ରୟୋଦଶୀ; ମହାପ୍ରଭୁଙ୍କୁ ଘଣାଲାଗି

ସମାଜ ଡିଜିଟାଲ ଡେସ୍କ: ଅଣସର ଘରେ ଥିବା ଶ୍ରୀଜୀଉ ଧୀରେ ଧୀରେ ସୁସ୍ଥ ହେଉଛନ୍ତି । ଆଜି ଅଣସର ତ୍ରୟୋଦଶୀ ହୋଇଥିବାରୁ ଅନବସର ଘରେ ବିରାଜିତ ମହାପ୍ରଭୁଙ୍କୁ ଘଣାଲାଗି ହେବ । ଏହାସହିତ ଶ୍ରୀପୟର ମୁଦା ଉପଲକ୍ଷେ ପାଟଡୋର ଓ ଖଳି ପ୍ରସାଦ ଲାଗି ହେବ । ଚଳିତ ବର୍ଷ ଶ୍ରୀଜଗନ୍ନାଥଙ୍କର ଘଣା ଲାଗି କରାଯିବ । ଗୋପନୀୟ ଭାବେ ଘଣା ଲାଗି ପରେ ଖଳି ଲାଗି ହେବ । ଆସନ୍ତାକାଲି ଦତ୍ତମହାପାତ୍ର ବନକ ଲାଗି ଆରମ୍ଭ କରିବେ । ସ୍ନାନପୂର୍ଣ୍ଣିମାରେ ୧୦୮ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ କରି ଜ୍ୱରରେ ପୀଡିତ ହୋଇଥିବା ବେଳେ ଗତକାଲି ଏକାଦଶୀ ତିଥିରେ ଖଳିଲାଗି ଓ ଦଶମୂଳ ମୋଦକ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଦ୍ୱାଦଶ ତିଥିରେ ଶ୍ରୀଜୀଉମାନଙ୍କର ରାଜପ୍ରସାଦ ବିଜେ ନୀତି ଅନୁଷ୍ଠିତ ହୋଇଥିଲା ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories