www.samajalive.in
Saturday, December 13, 2025
26.1 C
Bhubaneswar

ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ: ଯୁବ ଶକ୍ତି ସମାବେଶରେ ଯୋଗଦେବେ

ବ୍ରହ୍ମପୁର: ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସିକା ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଖେଳ ପଡିଆରେ ଆୟୋଜିତ ଯୁବ ଶକ୍ତି ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୯ଟାରେ ଭୁବନେଶ୍ଵରରୁ ବାହାରି ପ୍ରଥମେ ଆସିକା ହରିହର ହାଇସ୍କୁଲରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ସେ ଖମ୍ବେଶ୍ଵରୀ ମନ୍ଦିରକୁ ଯାଇ ମାଙ୍କୁ ଦର୍ଶନ କରିବା ପରେ ବିଜ୍ଞାନ ମହାବିଦ୍ୟାଳୟକୁ ଯାଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୁଲିସ୍ , ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories