www.samajalive.in
Friday, December 5, 2025
23.1 C
Bhubaneswar

ମହାପ୍ରଭୁଙ୍କ ନୀତିରେ ବଡ ବିଭ୍ରାଟ, ଚୋରି ହୋଇଗଲା ଦଶମୂଳ ମୋଦକ

ସମାଜ ଡିଜିଟାଲ ଡେସ୍କ: ଅଣବସର ଏକାଦଶୀ ଦିନ ଚାଲିଥିବା ବେଳେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବାରେ ବଡ ବିଭ୍ରାଟ ଦେଖାଦେଇଛି । ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ହେବା ପୂର୍ବରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଶ୍ରୀମନ୍ଦିର ଗାରଦରେ ଜମାଥିବା ଦଶମୂଳ ମୋଦକ ଚୋରି ହୋଇଥିବା ନେଇ ମଙ୍ଗଳବାର ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଅଭିଯୋଗ କରିଛନ୍ତି ବଳଭଦ୍ରଙ୍କ ବାଡଗ୍ରାହୀ ଶ୍ରୀ ହଳଦର ଦାସ ମହାପାତ୍ର । ମହାପ୍ରଭୁ ସୁସ୍ଥ ହେବା ପାଇଁ ଆସିଥିବା ଦଶମୂଳ ମୋଦକ ଚୋରି ହୋଇଛି । ରାଜବୈଦ୍ୟ ଦେଇଥିବା ସମୁଦାୟ ୩୧୩ଟି ଅମୁଣିଆ ମୋଦକରୁ ୭୦ଟି କମ୍‍ ଥିବା ଦେଖିବାକୁ ମିଳିଥିଲା । ତେବେ ମାରା ହୋଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା, ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦୀର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି ହଳଧର ଦାସ ମହାପାତ୍ର । ଏହି ଚିଠିର ଏକ ନକଲ ଶ୍ରୀମନ୍ଦିର କମାଣ୍ଡର, ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କୁ ଅବଗତ କରାଯାଇଥିବା ଚିଠିରେ ଉଲ୍ଲେଖ ରହିଛି । ଏ ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିକ୍ରିୟା ମିଳିନାହିଁ ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories