www.samajalive.in
Sunday, December 14, 2025
14.1 C
Bhubaneswar

କେବଳ ଜଣେ ରାଜନେତା ନ ଥିଲେ : ଜଣେ ଦୂରଦର୍ଶୀ ଦେଶଭକ୍ତ ଏବଂ ଶିକ୍ଷାବିତ୍ ଥିଲେ ଡ଼. ମୁଖାର୍ଜୀ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ଏକତା ଓ ଅଖଣ୍ଡତା ପାଇଁ ଆତ୍ମବଳିଦାନ କରିଥିବା ମହାନ ରାଷ୍ଟ୍ରଭକ୍ତ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ରାଜ୍ୟସ୍ତରୀୟ ବଳିଦାନ ଦିବସ ସୋମବାର ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନଠାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଯୁବବର୍ଗଙ୍କୁ ଡଃ ମୁଖାର୍ଜୀଙ୍କ ଜୀବନ ଓ ଆଦର୍ଶକୁ ଅନୁସରଣ କରିବା ପାଇଁ ଆହ୍ୱାନ ଦେଇଥିଲେ। ସେ କହିଥିଲେ ଯେ, ଡଃ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ ଉପହାର ଯାହା ପ୍ରତିଟି ଭାରତବାସୀଙ୍କୁ ଆଦର୍ଶ ଓ ପ୍ରେରଣା ଦିଏ। ତାଙ୍କ ଭାବନା, ଆଜି ସମଗ୍ର ଦେଶ ପାଇଁ ଏକ ଦିଗଦର୍ଶନ। ଜମ୍ମୁ-କଶ୍ମୀର ଭିତରେ ଭାରତର ଅଖଣ୍ଡତାକୁ ବଜାୟ ରଖିବା ପାଇଁ ସେ ଜଣେ ଦୃଢ଼ ଯୋଦ୍ଧା ଭାବରେ ନିଜ କର୍ତ୍ତବ୍ୟରେ ଅଦମ୍ୟ ରହିଥିଲେ।
ରାଜ୍ୟରେ ପୂଜ୍ୟପୂଜାର ପରମ୍ପରା ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ରାଜ୍ୟରେ ପୂର୍ବ ସରକାର ଡଃ ମୁଖାର୍ଜୀଙ୍କର ବଳିଦାନ ଦିବସକୁ ପାଳନ କରୁନଥିଲେ; କିନ୍ତୁ ଆମ ସରକାର ଏହାକୁ ଜାତୀୟ କର୍ତ୍ତବ୍ୟ ବୋଲି ସ୍ୱୀକାର କରି ପାଳନ କରୁଛି ଏବଂ ଆଗକୁ ମଧ୍ୟ କରିବ।
କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଡଃ ମୁଖାର୍ଜୀଙ୍କୁ ଯୁବ ଶକ୍ତିର ପ୍ରେରଣା ବୋଲି କହିବା ସହିତ ତାଙ୍କ ଜୀବନକୁ ଉଲକା ସହିତ ତୁଳନା କରିଥିଲେ, ଯାହା ଆକାଶରେ ଅଳ୍ପ ସମୟ ରହିଲେ ମଧ୍ୟ ସମସ୍ତ ମହାକାଶ ଜଗତକୁ ପ୍ରଭାବିତ କରିଥାଏ, ସେହିପରି ଜଣେ ବ୍ୟକ୍ତିତ୍ୱ ଥିଲେ ଡଃ ମୁଖାର୍ଜୀ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂହ, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ମୁଖ୍ୟବକ୍ତା ଭାବେ ପ୍ରଫେସର ବସନ୍ତ କୁମାର ପଣ୍ଡା ଯୋଗ ଦେଇଥିଲେ।
କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସ୍ୱାଗତ ଭାଷଣ ଦେଇଥିବାବେଳେ, ବିଭାଗୀୟ ନିର୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories